5ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
8ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।