8ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
9ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
10ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
11ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
12ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।