12ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
13ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
14ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
15ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
16ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?