ପ୍ରଥମ ବଂଶାବଳୀ 17

ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”

1 Chronicles 17:2 (UKJV) Then Nathan said unto David, Do all that is in yours heart; for God is with you.

1ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”

2ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”

3ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

4ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.