ପ୍ରଥମ ବଂଶାବଳୀ 17

ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

1 Chronicles 17:3 (UKJV) And it came to pass the same night, that the word of God came to Nathan, saying,

1ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”

2ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”

3ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

4ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;

5କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.