ପ୍ରଥମ ବଂଶାବଳୀ 17

ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।

1 Chronicles 17:7 (UKJV) Now therefore thus shall you say unto my servant David, Thus says the LORD of hosts, I took you from the sheepcote, even from following the sheep, that you should be ruler over my people Israel:

5କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।

6ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?

7ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।

8ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।

9ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.