6ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?
7ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ।
8ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
9ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
10ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।