11ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
12ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
13ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
14ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।