ପ୍ରଥମ ବଂଶାବଳୀ 18

ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।

1 Chronicles 18:14 (UKJV) So David reigned over all Israel, and executed judgment and justice among all his people.

12ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।

13ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

14ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।

15ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।

16ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.