14ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।
16ପୁଣି, ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
17ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।