6ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
7ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
9ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
10ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।