ପ୍ରଥମ ବଂଶାବଳୀ 19

ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।

1 Chronicles 19:1 (UKJV) Now it came to pass after this, that Nahash the king of the children of Ammon died, and his son reigned in his position.

1ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।

2ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।

3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.