ପ୍ରଥମ ବଂଶାବଳୀ 19

ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

1 Chronicles 19:10 (UKJV) Now when Joab saw that the battle was set against him before and behind, he chose out of all the choice of Israel, and put them in array against the Syrians.

8ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

9ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।

10ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

11ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।

12ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.