ପ୍ରଥମ ବଂଶାବଳୀ 19

ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”

1 Chronicles 19:13 (UKJV) Be of good courage, and let us behave ourselves valiantly for our people, and for the cities of our God: and let the LORD do that which is good in his sight.

11ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।

12ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।

13ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”

14ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।

15ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.