14ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
15ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
16ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।
17ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
18ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍କୁ ବଧ କଲେ।