ପ୍ରଥମ ବଂଶାବଳୀ 19

ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।

1 Chronicles 19:18 (UKJV) But the Syrians fled before Israel; and David slew of the Syrians seven thousand men which fought in chariots, and forty thousand footmen, and killed Shophach the captain of the host.

16ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।

17ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।

18ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।

19ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.