ପ୍ରଥମ ବଂଶାବଳୀ 19

ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”

1 Chronicles 19:5 (UKJV) Then there went certain, and told David how the men were served. And he sent to meet them: for the men were greatly ashamed. And the king said, Tarry at Jericho until your beards be grown, and then return.

3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?”

4ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।

5ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”

6ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।

7ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.