4ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”
6ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।
7ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
8ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।