7ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
8ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
9ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
10ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
11ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।