1ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
2ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର।
3ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।