15ଷଷ୍ଠ ଓତ୍ସମ୍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;
16ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।
17ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
18ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର।
19ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।