20ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।
21ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
22ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
23ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
24ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।