22ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
23ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
24ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।
25ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍ ଓ ଅହୀୟ।
26ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।