ପ୍ରଥମ ବଂଶାବଳୀ 2

ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।

1 Chronicles 2:25 (UKJV) And the sons of Jerahmeel the firstborn of Hezron were, Ram the firstborn, and Bunah, and Oren, and Ozem, and Ahijah.

23ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।

24ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।

25ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।

26ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।

27ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.