ପ୍ରଥମ ବଂଶାବଳୀ 2

ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।

1 Chronicles 2:5 (UKJV) The sons of Pharez; Hezron, and Hamul.

3ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।

4ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।

5ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।

6ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।

7କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.