ପ୍ରଥମ ବଂଶାବଳୀ 20

ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

1 Chronicles 20:2 (UKJV) And David took the crown of their king from off his head, and found it to weigh a talent of gold, and there were precious stones in it; and it was set upon David's head: and he brought also exceeding much spoil out of the city.

1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।

2ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

3ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

4ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.