ପ୍ରଥମ ବଂଶାବଳୀ 20

ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।

1 Chronicles 20:4 (UKJV) And it came to pass after this, that there arose war at Gezer with the Philistines; at which time Sibbechai the Hushathite slew Sippai, that was of the children of the giant: and they were subdued.

2ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

3ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

4ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।

5ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।

6ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.