ପ୍ରଥମ ବଂଶାବଳୀ 21

ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”

1 Chronicles 21:13 (UKJV) And David said unto Gad, I am in a great strait: let me fall now into the hand of the LORD; for very great are his mercies: but let me not fall into the hand of man.

11ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;

12ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”

13ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”

14ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।

15ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.