ପ୍ରଥମ ବଂଶାବଳୀ 21

ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।

1 Chronicles 21:18 (UKJV) Then the angel of the LORD commanded Gad to say to David, that David should go up, and set up an altar unto the LORD in the threshing floor of Ornan the Jebusite.

16ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।

17ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”

18ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।

19ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।

20ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.