ପ୍ରଥମ ବଂଶାବଳୀ 21

ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”

1 Chronicles 21:2 (UKJV) And David said to Joab and to the rulers of the people, Go, number Israel from Beersheba even to Dan; and bring the number of them to me, that I may know it.

1ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

2ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”

3ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”

4ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.