19ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ।
20ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
21ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
22ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
23ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”