ପ୍ରଥମ ବଂଶାବଳୀ 21

ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।

1 Chronicles 21:25 (UKJV) So David gave to Ornan for the place six hundred shekels of gold by weight.

23ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”

24ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”

25ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।

26ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।

27ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.