ପ୍ରଥମ ବଂଶାବଳୀ 21

ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।

1 Chronicles 21:28 (UKJV) At that time when David saw that the LORD had answered him in the threshing floor of Ornan the Jebusite, then he sacrificed there.

26ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।

27ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।

28ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।

29କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।

30ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.