4ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
5ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
6ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
7ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
8ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”