ପ୍ରଥମ ବଂଶାବଳୀ 21

ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”

1 Chronicles 21:8 (UKJV) And David said unto God, I have sinned greatly, because I have done this thing: but now, I plead to you, do away the iniquity of your servant; for I have done very foolishly.

6ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।

7ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।

8ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”

9ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,

10“ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.