1ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”
2ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।
3ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।