12କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
13ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
14ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।
15ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
16ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”