14ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।
15ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
16ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”
17ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
18“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।