ପ୍ରଥମ ବଂଶାବଳୀ 22

“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

1 Chronicles 22:18 (UKJV) Is not the LORD your God with you? and has he not given you rest on every side? for he has given the inhabitants of the land into mine hand; and the land is subdued before the LORD, and before his people.

16ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”

17ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,

18“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

19ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.