ପ୍ରଥମ ବଂଶାବଳୀ 22

ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

1 Chronicles 22:2 (UKJV) And David commanded to gather together the strangers that were in the land of Israel; and he set stone workers to hew wrought stones to build the house of God.

1ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”

2ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

3ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍‌ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।

4ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.