1ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
2ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
3ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।