10ପୁଣି, ଶିମୀୟିର ପୁତ୍ର; ଯହତ୍, ସୀଷ, ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।
11ଯହତ୍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।
12କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।
13ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
14ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।