23ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍, ତିନି ଜଣ।
24ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।
25କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
26ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
27କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।