27କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।
28କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
29ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;
30ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
31ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;