ପ୍ରଥମ ବଂଶାବଳୀ 23

ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।

1 Chronicles 23:9 (UKJV) The sons of Shimei; Shelomith, and Haziel, and Haran, three. These were the chief of the fathers of Laadan.

7ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।

8ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।

9ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।

10ପୁଣି, ଶିମୀୟିର ପୁତ୍ର; ଯହତ୍‍, ସୀଷ, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।

11ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.