2ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
3ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
4ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
5ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
6ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।