ପ୍ରଥମ ବଂଶାବଳୀ 24

ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।

1 Chronicles 24:5 (UKJV) Thus were they divided by lot, one sort with another; for the governors of the sanctuary, and governors of the house of God, were of the sons of Eleazar, and of the sons of Ithamar.

3ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।

4ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।

5ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।

6ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

7ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.