1ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
2ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
3ଯିଦୂଥୂନ୍ର କଥା; ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।