ପ୍ରଥମ ବଂଶାବଳୀ 25

ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

1 Chronicles 25:2 (UKJV) Of the sons of Asaph; Zaccur, and Joseph, and Nethaniah, and Asarelah, the sons of Asaph under the hands of Asaph, which prophesied according to the order of the king.

1ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।

2ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

3ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

4ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.