11ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
12ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
13ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
14ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।
15ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।